Latest Odisha News

BREAKING NEWS

ବଢୁଛି ଚିନ୍ତା; ରାଜ୍ୟରେ ଗୋଟିଏ ଦିନରେ ଚିହ୍ନଟ ହେଲେ ସର୍ବାଧିକ ୧୦୩ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ ମାଡି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସକାଳୁ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ସର୍ବାଧିକ ୧୦୩ କରୋନା ପଜିଟିଭ ।

ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୮ ରେ ପହଂଚି ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।

ଚିହ୍ନଟ ୧୦୩ ଆକ୍ରାନ୍ତଙ୍କ ମଧ୍ୟରୁ ୯୬ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୭ ଜଣ ସ୍ଥାନୀୟ ବାସିନ୍ଦା ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।

 

Leave A Reply

Your email address will not be published.