ଭୁବନେଶ୍ୱରରେ ୨୪ ଘଣ୍ଟାରେ ୧୨୬ ଆକ୍ରାନ୍ତ, ୧୩୩ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୨୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।

 

ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୭୭ ଜଣ ହୋମ୍ କ୍ୱାରେଣ୍ଟାଇନ୍ ଏବଂ ୪୯ଟି ସ୍ଥାନୀୟ ମାମଲା ରହିଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୧୩୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୨୮୬୧ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୧୨୭୬ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୫୬୬ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୭ ଜଣଙ୍କର ମୃତ୍ୟୁ ଘଟିଛି ।

LEAVE A REPLY

Please enter your comment!
Please enter your name here

This site uses Akismet to reduce spam. Learn how your comment data is processed.