Latest Odisha News

BREAKING NEWS

‘କରୋନା ଭାଇରସ୍‌’ ପ୍ରଭାବରେ ଚୀନରେ ୧୩୨ ମୃତ, ୬୦୦୦ ସଂକ୍ରମିତ

ବେଜିଂ: ଧୀରେ ଧୀରେ କାୟା ବିସ୍ତାର କରୁଥିବା ମାରାତ୍ମକ ‘କରୋନା’ ଭାଇରସ ପ୍ରଭାବରେ ଚୀନରେ ମୃତ୍ୟୁ ସଂଖ୍ୟା ୧୩୨କୁ ଛୁଇଁଛି । ଏଥିସହିତ ୬ ହଜାରରୁ ଅଧିକ ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି ।

ଜାତୀୟ ଗଣମାଧ୍ୟମର ସୂଚନାନୁଯାୟୀ କରୋନା ଭାଇରସ୍ ପ୍ରଭାବରେ ପାଖାପାଖି ୫୯୭୧ ଜଣ ବ୍ୟକ୍ତି ଆକ୍ରାନ୍ତ ହୋଇଥିବା ନେଇ ବୁଧବାର ଦିନ ଚୀନ ସ୍ୱାସ୍ଥ୍ୟ ଅଧିକାରୀଙ୍କ ପକ୍ଷରୁ ସୂଚନା ମିଳିଥିଲା ।

ସେହିପରି ଭାଇରସ୍ ପ୍ରଭାବରେ ପ୍ରାୟ ୧୩୨ ଜଣ ମୃତ୍ୟୁବରଣ କରିଥିବା ନେଇ ଚୀନର ଏକ ସମାଚାର ଏଜେନ୍ସିରେ ରିପୋର୍ଟ ପ୍ରକାଶ ପାଇଥିଲା ।

ପ୍ରାପ୍ତ ସୂଚନାନୁଯାୟୀ କରୋନା ଭାଇରସ୍ ଦ୍ୱାରା ସଂକ୍ରମିତଙ୍କ ସଂଖ୍ୟ ୬୦୦୦ରେ ପହଞ୍ଚିଥିବା ବେଳେ ମୁଖ୍ୟକେନ୍ଦ୍ର ପାଲଟିଛି ହୁବଇର ବୁହାନ ସହର । ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସେଠାକୁ ଡାକ୍ତରୀ ଟିମ୍ ପଠାଇବା ଲାଗି ପ୍ରସ୍ତୁତି ଜାରି ରହିଛି । ବର୍ତ୍ତମାନ ସମୟରେ ଚୀନ ମାର୍କେଟରେ ଜୀବଜନ୍ତୁ ବ୍ୟାପାର ଉପରେ ରୋକ୍ ମଧ୍ୟ ଲଗାଯାଇଛି ।

ଅଧିକ ପଢନ୍ତୁ: କରୋନା ଭାଇରସ୍ ଆତଙ୍କ: କ’ଣ ନ’କରିବା ଉଚିତ୍ ଜାଣନ୍ତୁ…

ଉଲ୍ଲେଖଯୋଗ୍ୟ, ୟୁରୋପର ଦକ୍ଷିଣ ପଶ୍ଚିମ ସହରରେ ପ୍ରଥମ ଘଟଣା ଦେଖିବାକୁ ମିଳିଛି । ଦ୍ୱିତୀୟ ଘଟଣା ପ୍ୟାରିସରେ ଦେଖାଦେଇଥିବା ବେଳେ ତୃତୀୟ ବ୍ୟକ୍ତି ଜଣକ ପୀଡିତଙ୍କ ସମ୍ପର୍କିୟ ବୋଲି ଜଣାପଡିଛି ।ଏହି ତିନି ଜଣ ବ୍ୟକ୍ତି ଚୀନରୁ ଫେରିଥିଲେ । ସେମାନଙ୍କୁ ସ୍ୱତନ୍ତ୍ର ୱାର୍ଡରେ ରଖି ଚିକିତ୍ସା କରାଯାଉଥିଲା ।

ଏହା ଧୀରେଧୀରେ ଥାଇଲାଣ୍ଡ, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର ଓ ୟୁରୋପକୁ ମଧ୍ୟ କୋରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।

ବ୍ୟାପୁଥିବା କୋରନା ଭାଇରସର ଆତଙ୍କ ଯୋଗୁଁ ଭାତରରେ ମଧ୍ୟ ଶତାଧିକ ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି । କୋରୋନା ଭାଇରସ ସଂକ୍ରମିତ ହେଉଥିବା ଯୋଗୁଁ ଚୀନର ଅନେକ ସହରରେ ସାଧାରଣତଃ ଯାତାୟତ ଉପରେ କଟକଣା ଲଗାଯାଇଛି । ପ୍ରାୟ ୪ କୋଟି ଲୋକଙ୍କୁ ଘରୁ ବାହାରକୁ ବାହାରିବା ପାଇଁ ମନା କରାଯାଇଛି । ଏପରିକି ଚୀନର ସମସ୍ତ ବିମାନବନ୍ଦରକୁ ସିଲ୍ କରାଯାଇଛି ।

Leave A Reply

Your email address will not be published.