Latest Odisha News

BREAKING NEWS

ଓଡ଼ିଶାରେ ଆଉ ୬୧୬ କରୋନା ପଜିଟିଭ ଚିହ୍ନଟ; ଗଞ୍ଜାମରେ ସର୍ବାଧିକ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୬୧୬ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ହଜାର ୭୩୭ରେ ପହଞ୍ଚିଛି।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ।

 

ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୪୧୫ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୨୦୧ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୨୩ ଜିଲ୍ଲାରୁ ଏହି ୬୧୬ ଜଣ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଏହାବ୍ୟତିତ ପାଖାପାଖି ୩୯୦ ଜଣ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଓଡିଶାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୭୩୭ । ସେଥିମଧ୍ୟରେ ୪୮୯୬ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୮୭୫୦ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୭୦ ଜଣଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.