Latest Odisha News

BREAKING NEWS

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୭ କରୋନା ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ ମାଡି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସକାଳୁ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୬୭ କରୋନା ପଜିଟିଭ ।

ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬ ରେ ପହଂଚି ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।

ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ପୁରୀରୁ ସର୍ବାଧିକ ୧୬, ନୟାଗଡ଼ ୧୩, ବଲାଙ୍ଗୀର ଓ ଗଞ୍ଜାମରୁ ୭ ଜଣ ଲେଖାଏଁ, ଅନୁଗୁଳ ୬, ସୁନ୍ଦରଗଡ ଓ କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଲେଖାଏଁ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, କଟକ ଓ ମାଲକାନଗିରି ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଜଗତସିଂହପୁର, ଢେଙ୍କାନାଳ ଓ ନୂଆପଡ଼ାରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ୬୭ ଆକ୍ରାନ୍ତଙ୍କ ମଧ୍ୟରୁ ୬୦ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୪ ଜଣ ହୋମ କ୍ୱାରେଣ୍ଟାଇନରେ ଥିବା ବେଳେ ୩ ଜଣ ସ୍ଥାନୀୟ ବାସିନ୍ଦା ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.