Latest Odisha News

BREAKING NEWS

ପଦ୍ମଶ୍ରୀ ଭବାନୀ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମଶ୍ରୀ ଭବାନୀ ପଟ୍ଟନାୟକଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି । ସେ ଜଣେ ମହାନ ଗାନ୍ଧିବାଦୀ ଭାବେ ସର୍ବଦା ସ୍ମରଣୀୟ ରହିବେ ବୋଲି ଉଲ୍ଲେଖ କରି ଟ୍ୱିଟ୍ କରିଛନ୍ତି ନବୀନ । ସେ ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ।


ସ୍ୱାଧୀନତା ସଂଗ୍ରାମୀ, ସାଂସଦ ତଥା ସମାଜସେବୀ ପଦ୍ମଶ୍ରୀ ଭବାନୀ ପଟ୍ଟନାୟକଙ୍କ ଗୁରୁବାରନ୍ନ୍‌୍ୟାରେ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୯ ବର୍ଷ ହୋଇଥିଲା । ସନ୍ଧ୍ୟାରେ ସେ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ । ତାଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା ।

Leave A Reply

Your email address will not be published.