Latest Odisha News

BREAKING NEWS

ଆସନ୍ତା ୧୨ ଯାଏଁ ବଢ଼ିଲା ବ୍ରହ୍ମବରଦାରେ କଣ୍ଟେନମେଣ୍ଟ ଅବଧି

ଯାଜପୁର: ଆସନ୍ତା ୧୨ ତାରିଖ ରାତି ୮ ଯାଏଁ ବଢ଼ିଲା ଯାଜପୁର ଜିଲ୍ଲା ବ୍ରହ୍ମବରଦା ଅଚଂଳର କଣ୍ଟେନମେଣ୍ଟ ଅବଧି । ଯାଜପୁର ଜିଲ୍ଲାରେ ପ୍ରଥମ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏହି ଅଂଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରିଥିଲା ଜିଲ୍ଲା ପ୍ରଶାସନ ।
ତେବେ ଆଜି ରାତି ଆଠଟାରେ ଏହି ଅବଧି ସରୁଥିବା ବେଳେ ପ୍ରଶାସନ ପକ୍ଷରୁ ଏହାକୁ ପୁଣି ଥରେ ବଢ଼ାଯାଇଛି । ଆସନ୍ତା ୧୨ ତାରିଖ ରାତି ୮ ପର‌୍ୟ୍ୟନ୍ତ ଏହା ବଳବତ୍ତର ରହିବ ବୋଲି ଯାଜପୁର ଜିଲ୍ଲାପାଳ ରଞ୍ଜନ କୁମାର ଦାସ ଆଜି ଏହି ସୂଚନା ଦେଇଛନ୍ତି।ସେପଟେ ଯାଜପୁର ଜିଲ୍ଲାରେ ଲକ ଡାଉନ ଚାଲିଥିବା ବେଳେ ଆଇନ ଅମାନ୍ୟ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କାର‌୍ୟ୍ୟାନୁଷ୍ଠାନ ଜାରି ରହିଛି । ଗତକାଲି ଗୋଟିଏ ଦିନରେ ୩୦୨ଟି ବାଇକ ଜବତ ହେବା ସହିତ ଆଇନ ଖିଲାପକାରୀଙ୍କ ବିରୋଧରେ ମାମଲା ରୁଜୁ ହୋଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି ।
ଜିଲାରେ କୋରୋନା ରୋଗୀଙ୍କ ଚିକିତ୍ସା ପାଇଁ ଟାଟା ମେଡିକାଲକୁ ପ୍ରସ୍ତୁତ କରାଯାଇଛି । ଖୁବ ଶିଘ୍ର ଏହାର ଲୋକାର୍ପଣ କରାଯିବ ଏବଂ ଏଥିପାଇଁ ଆବଶ୍ୟକ ଭିତିଭୂମି ଯୋଗାଇ ଦିଆଯାଇଛି ବୋଲି ଜିଲ୍ଲାପାଳ କହିଛନ୍ତି ।

Leave A Reply

Your email address will not be published.