Latest Odisha News

BREAKING NEWS

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୦୦ ଟପିଲା, ମୃତ୍ୟୁ ସଂଖ୍ୟା ୭୫ ଛୁଇଁଲା

ନୂଆଦିଲ୍ଲୀ: ବିଗତ ଏକ ସପ୍ତାହରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ବେଗରେ ବୃଦ୍ଧି ପାଉଛି । ବର୍ତ୍ତମାନ ସୁଦ୍ଧା ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୭୨ରେ ପହଞ୍ଚିଥିବା କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଏଥି ସହିତ କରୋନାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ସଂଖ୍ୟା ୭୫ରେ ପହଞ୍ଚିଥିବା ଜଣାପଡିଛି ।

ଗତ ୨୪ ଘଣ୍ଟାରେ ଦେଶରେ ୫୨୫ ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ତେବେ ଏ ପର୍ଯ୍ୟନ୍ତ ୨୧୩ ଜଣ କରୋନା ପଜିଟିଭ ରୋଗୀ ଚିକିତ୍ସା ପରେ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.