କରୋନା ଅପଡ଼େଟ୍‌: ଓଡ଼ିଶା, ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଓଡ଼ିଶାରେ ଶୁକ୍ରବାର ସକାଳ ୧୦ଟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୭ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୩୯୩ ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି।

ଭାରତରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୮,୨୩୫ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୩୫୮୪ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ମୋଟ ୪୮,୫୫୩ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସେହିପରି ସମଗ୍ର ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୧,୯୪,୯୧୬ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୩,୩୪,୬୨୨ରେ ପହଞ୍ଚିଛି । ସମୁଦାୟଙ୍କ ଆକ୍ରାନ୍ତଙ୍କ ମଧ୍ୟରୁ ୨୦,୮୧,୫୨୭ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

This site uses Akismet to reduce spam. Learn how your comment data is processed.