Latest Odisha News

BREAKING NEWS

ଓଡିଶାରେ ୬ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୭୦ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ଟପିଛି।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ।

ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୨୭ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି।

ଏହାଛଡା ସମସ୍ତ ଆକ୍ରମଙ୍କ ମଧ୍ୟରେ ଜଣେ ଏନଡିଆରଏଫ୍ କର୍ମୀ ରହିଛନ୍ତି, ଯିଏକି ବାତ୍ୟା ଅମ୍ଫାନ ସହାୟତା ଲାଗି ପଶ୍ଚିମବଙ୍ଗ ଯାଇଥିଲେ । ଏଥିସହିତ ପାଖାପାଖି ୧୩୧ ଜଣ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୩୫୦ । ସେଥିମଧ୍ୟରେ ୧୯୦୩ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୪୪୩୨ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୭ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.