Latest Odisha News

BREAKING NEWS

ଓଡିଶାରେ ଆଉ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ୍ ସଂଖ୍ୟା ୭ହଜାର ଟପିଲା

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୦୬ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର ୦୬୫ରେ ପହଞ୍ଚିଛି।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ।

ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୧୯୨ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୪ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି ।

ଏହାଛଡା ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଏନଡିଆରଏଫ୍ କର୍ମୀ ରହିଛନ୍ତି, ଯିଏକି ବାତ୍ୟା ଅମ୍ଫାନ ସହାୟତା ଲାଗି ପଶ୍ଚିମବଙ୍ଗ ଯାଇଥିଲେ । ଏଥିସହିତ ପାଖାପାଖି ୨୦୩ ଜଣ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୨୦୮୭ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୪୯୪୬ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୨୩ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.