ରେକର୍ଡ ଭାଙ୍ଗୁଛି କରୋନା; ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୨୮ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ସୋମବାର ଦିନ ଏହି ସଂଖ୍ୟା ୮,୭୮,୨୫୪କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି ।

କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ସର୍ବାଧିକ ୨୮,୭୦୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ପାଖାପାଖି ୫୦୦ ଜଣଙ୍କର ମୃତ୍ୟୁ ଘଟିଛି।

ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୩,୦୧,୬୦୯ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୨୩,୧୭୪ ଜଣ ପ୍ରାଣ ହରାଇଛନ୍ତି।

ଆହୁରି ମଧ୍ୟ ସମସ୍ତ ୫,୫୩,୪୭୦ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।