Latest Odisha News

BREAKING NEWS

କରୋନା ତାଣ୍ଡବ: ଦେଶରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୬ ହଜାରରୁ ଅଧିକ ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୨୧,୬୦୪

ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ ଗମ୍ଭୀର ହେଉଛି କରୋନା ସ୍ଥିତି । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି । ଗତ ୨୪ ଘଣ୍ଟାରେ ଭାରତରେ ସର୍ବାଧିକ ୨୬,୫୦୬ ଜଣ ସଂକ୍ରମିତ ହୋଇଥିବା ବେଳେ ୪୭୫ ଜଣ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭,୯୩,୮୦୨ ଛୁଇଁଥିବାନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ।

ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୨,୭୬,୬୮୫ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ୨୧,୬୦୪ ଜଣ ପ୍ରାଣ ହରାଇଛନ୍ତି । ୪୯୫ ହଜାର ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

ସେହିପରି ସଂକ୍ରମିତ ସଂଖ୍ୟାରେ ତୃତୀୟ ସ୍ଥାନରେ ପହଞ୍ଚିଛି ଭାରତ । ଭାରତ ଉପରକୁ ଦ୍ଵିତୀୟ ସ୍ଥାନରେ ରାହିଛି ବ୍ରାଜିଲ ଓ ପ୍ରଥମ ସ୍ଥାନରେ ରାହିଛି ଆମେରିକା ।

Leave A Reply

Your email address will not be published.