Latest Odisha News

BREAKING NEWS

ଦଶହରାରେ ପାଗ ଶୁଖିଲା ରହିବ: ପାଣିପାଗ ବିଭାଗ

ଭୁବନେଶ୍ୱର: ଚଳିତ ବର୍ଷ ଦୁର୍ଗାପୂଜା ସମୟରେ ପାଗ ଶୁଖିଲା ରହିବା ନେଇ ଗୁରୁବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଲକ୍ଷ୍ମୀକାନ୍ତ ଗିରି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଓଡିଶା ଓ ଉତ୍ତର ବଙ୍ଗୋପସାଗରରେ କୌଣସି ପ୍ରକାର ସାଇକ୍ଲୋନିକ ସର୍କୁଲେସନର ଆଶଙ୍କା ନାହିଁ । ଏପରିକି ପଶ୍ଚିମ ବଙ୍ଗ ଓ ବାଙ୍ଗଲାଦେଶ ଉପରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ ସର୍କୁଲେସନର ପ୍ରଭାବ ଓଡିଶା ଉପରେ ପଡିବ ନାହିଁ ।

ତେବେ ଆଗାମୀ ୨ରୁ ୩ ଦିନ ମଧ୍ୟରେ ରାଜ୍ୟରେ ବଜ୍ରପାତ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଶ୍ରୀ ଗିରି ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.