Latest Odisha News

BREAKING NEWS

ଗଞ୍ଜାମରେ ସର୍ବାଧିକ ୧୦୨ ପଜିଟିଭ ସହ, ଆଜି ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୫୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୫୧ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୩୧୬ ପହଞ୍ଚିଛି।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ।

ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୨୦୮ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୪୩ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି ।

ଏହାଛଡା ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଏନଡିଆରଏଫ୍ କର୍ମୀ ରହିଛନ୍ତି, ଯିଏକି ବାତ୍ୟା ଅମ୍ଫାନ ସହାୟତା ଲାଗି ପଶ୍ଚିମବଙ୍ଗ ଯାଇଥିଲେ । ଏଥିସହିତ ପାଖାପାଖି ୨୪୩ ଜଣ ସୁସ୍ଥ ହୋଇଛନ୍ତି ।

Leave A Reply

Your email address will not be published.