ଘଡଘଡି ସହ ବର୍ଷା ଆଶଙ୍କା: ୧୨ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୨ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ଗଜପତି, ରାୟଗଡ, କଳାହାଣ୍ଡି, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ମୟୁରଭଞ୍ଜ, ବାଲେଶ୍ୱର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲା ଗୁଡିକରେ ବିଭାଗ ପକ୍ଷରୁ ଦିନ ୩ଟାରୁ ଅପରାହ୍ନ ୫ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

This site uses Akismet to reduce spam. Learn how your comment data is processed.