Latest Odisha News

BREAKING NEWS

ଆଜି ରାତିରେ ଏହି ୬ଟି ଜିଲ୍ଲାରେ ରହିଛି ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ରାତିରେ ଓଡ଼ିଶାର ୬ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ପ୍ରଦାନ କରାଯାଇଛି ।

ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର ଏବଂ ଦେଓଗଡ଼ ଜିଲ୍ଲାରେ ରାତି ୭ଟା ୩୦ ମଧ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର ବୃଷ୍ଟିପାତ ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ଝଡ଼ବର୍ଷା ହେବ ।

ଅଧିକ ପଢନ୍ତୁ: ସୁନ୍ଦରବନରେ ମାଡ ହେବ ମହାବାତ୍ୟା ‘ଅମ୍ଫାନ’, ରଚିବ ତାଣ୍ଡବ

ଏହି ସମୟ ମଧ୍ୟରେ ନିରାପଦ ସ୍ଥାନରେ ରହିବାକୁ ଜନସାଧାରଣଙ୍କୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.