Latest Odisha News

BREAKING NEWS

ଆରମ୍ଭ ହେଲା ରଥଟଣା: ବଡ଼ଦାଣ୍ଡରେ ଗଡ଼ିଲା ତାଳଧ୍ୱଜ ରଥ

ପୁରୀ: ବହୁ ପ୍ରତୀକ୍ଷାର ଅବସାନ ଘଟାଇ ଶେଷରେ ଆରମ୍ଭ ହୋଇଛି ରଥଟଣା । ବଡ଼ଦାଣ୍ଡରେ ଗଡ଼ିଲା ତିନି ତିନି ରଥ।
ଘୁଁ ଘୁଁ ଗର୍ଜନ କରି ବଡ଼ଦାଣ୍ଡରେ ମାଡି ଚାଲିଛି ଶ୍ରୀବଳଦେବଙ୍କ ତାଳଧ୍ୱଜ ରଥ ।

ଏହା ପୂର୍ବରୁ ରଥାରୂଢ଼ ୩ ଠାକୁରଙ୍କୁ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ଦର୍ଶନ କରିଥିଲେ। ଏହାପରେ ବଳଭଦ୍ର, ମା’ ସୁଭଦ୍ରା ଓ ଜଗନ୍ନାଥଙ୍କ ରଥରେ ପୁରୀର ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରା ପହଁରା କରିଛନ୍ତି। ଏହାପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଏବଂ ପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥଟଣା ହେବ।

କରୋନା କଟକଣା ପାଇଁ ଏଥର ଭକ୍ତଙ୍କୁ ବଡ଼ଦାଣ୍ଡ ଯିବାକୁ ବାରଣ କରାଯାଇଛି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ କେବଳ ୫୦୦ ଲୋକ ପ୍ରତ୍ୟେକ ରଥ ଟାଣିପାରିବେ।ନିର୍ଧାରିତ ସଂଖ୍ୟକ ସେବାୟତଙ୍କୁ ନେଇ ଆଜି ଅନୁଷ୍ଠିତ ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ତଥାପି ପରମ୍ପରା ଅନୁସାରେ ଚାଲିଛି ମହାପ୍ରଭୁଙ୍କ ଘୋଷଯାତ୍ରା ନୀତିକାନ୍ତି ।

Leave A Reply

Your email address will not be published.