Latest Odisha News

BREAKING NEWS

ଓଡିଶାରେ ଆଉ ଦୁଇ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଓଡିଶାରେ ଆଜି ଦୁଇ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ ମୋଟ କରୋନା ପଜିଟିଭଙ୍କ ସଂଖ୍ୟା ୪୪ରେ ପହଞ୍ଚିଛି ।

ଆଜି ଚିହ୍ନଟ ହୋଇଥିବା ଦୁଇ ନୂଆ କରୋନା ପଜିଟିଭ ରୋଗୀଙ୍କ ମଧ୍ୟରୁ ଜଣେ ଢେଙ୍କାନାଳ ସହରର ୫୧ବର୍ଷୀୟା ମହିଳା । ଅନ୍ୟ ଜଣଙ୍କ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ପଶ୍ଚିମବଙ୍ଗ ମେଦିନିପୁର ଅଂଚଳର ୬୯ ବର୍ଷ ବୟସ୍କ ବ୍ୟକ୍ତି ।

ଏହି ବ୍ୟକ୍ତିଙ୍କୁ ପଶ୍ଚିମବଙ୍ଗରୁ ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱର ଅଣାଯାଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏ ସମ୍ପର୍କରେ ଅଧିକ ସୂଚନା ପରବର୍ତ୍ତୀ ସମୟରେ ପ୍ରଦାନ କରଯେିବ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.