Latest Odisha News

BREAKING NEWS

ଆଜି ରାତିରେ ଏହିସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସଦ୍ୟତମ ସୂଚନାନୁଯାୟୀ ଆଜି ରାତିରେ ଓଡ଼ିଶାର କିଛି ଜିଲ୍ଲାଗୁଡ଼ିକରେ ବଜ୍ରପାତ ସହିତ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ଯେଉଁସବୁ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବ ସେହି ଜିଲ୍ଲା ଗୁଡ଼ିକ ହେଲା – କଳାହାଣ୍ଡି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, କଟକ, ନୟାଗଡ଼, ଢେଙ୍କାନାଳ, କୋରାପୁଟ ଜିଲ୍ଲା ।

ସେହିପରି ରାଜ୍ୟର ବାଲେଶ୍ୱର, ନୂଆପଡ଼ା, କେନ୍ଦୁଝର, ଦେଓଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, ବରଗଡ଼, କନ୍ଧମାଳ, ଝାରସୁଗୁଡ଼ା, ଅନୁଗୁଳ ଏବଂ ମୟୂରଭଞ୍ଜ ଜିଲ୍ଲା ।

ଆଜି ରାତି ୧୧ଟା ସୁଦ୍ଧା ଏହିସବୁ ଜିଲ୍ଲାଗୁଡ଼ିକରେ ଝଡ଼ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛନ୍ତି ।

Leave A Reply

Your email address will not be published.