Latest Odisha News

ବଢ଼ିପାରେ ତାତି, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆହୁରି ବଢ଼ିପାରେ ତାତି । ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟରେ ବଢ଼ିପାରେ ଗ୍ରୀଷ୍ମ ପ୍ରବାହ । ପଶ୍ଚିମ ଓଡ଼ିଶାର ୧୧ଟି ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବାର ସମ୍ଭାବନା ରହିଛି ।

ସୁବର୍ଣ୍ଣପୁର, ବୌଦ୍ଧ, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ମାଲକାନଗିରି, କଳାହାଣ୍ଡି ଓ ଅନୁଗୁଳ ପ୍ରମୁଖ ୧୧ଟି ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୧ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ରାୟଗଡ଼ା, କୋରାପୁଟ, ଗଜପତି ଓ ମାଲକାନଗିରି ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି । ତେବେ, ଆଗାମୀ ୫ ଦିନ ପାଇଁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବା ସହ ତାତିରୁ ନିସ୍ତାର ନାହିଁ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.