Latest Odisha News

BREAKING NEWS

ରତ୍ନଭଣ୍ଡାର ଚାବି ହଜିବା ଘଟଣା: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଚିବାଳୟରେ ଆଇନ୍ ମନ୍ତ୍ରୀ ପ୍ରତାପ ଜେନା ଏବଂ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ପ୍ରଦୀପ ଜେନାଙ୍କ ସହିତ ଏହି ପ୍ରସଙ୍ଗରେ ବିଶଦ ଆଲୋଚନା କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଏହି ନିର୍ଦ୍ଦେଶାନୁସାରେ ଓଡ଼ିଶା ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଦ୍ୱାରା ଆଗାମୀ ତିନି ମାସ ମଧ୍ୟରେ ତଦନ୍ତ ହୋଇ ଏହାର ରିପୋର୍ଟ ସରକାରଙ୍କୁ ପ୍ରଦାନ କରାଯିବାକୁ ସ୍ଥିର ହୋଇଛି ।

ଶ୍ରୀମନ୍ଦିର ମଧ୍ୟରେ ରହିଥିବା ରତ୍ନଭଣ୍ଡାର ଚାବି କେଉଁ କାରଣରୁ ହଜିଲା ଏବଂ ଏହା ଏପର୍ଯ୍ୟନ୍ତ କାହିଁକି ମିଳୁନାହିଁ ସେନେଇ ତଦନ୍ତ ହେବ ।

ସୂଚନାଯୋଗ୍ୟ ଯେ, ଆସନ୍ତା ଜୁଲାଇ ୧୪ ତାରିଖରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାର ଥିବାବେଳେ ତଦନ୍ତ କମିଟି ଏନେଇ ରିପୋର୍ଟ ଆସନ୍ତା ଅଗଷ୍ଟ ମାସରେ ସରକାରଙ୍କୁ ପ୍ରଦାନ କରିବେ ।

ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗକୁ ନେଇ ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି ହେବା ସହିତ ରବିବାର ଦିନ ଏକ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ବିଜେପି ଏନେଇ ମୁଖ୍ୟମନ୍ତ୍ରୀଙ୍କ ଠାରୁ ସ୍ପଷ୍ଟିକରଣ ଚାହିଁଥିଲା ।

ତେବେ ଏନେଇ ପୁରୀ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟ ଶ୍ରୀନିଶ୍ଚଳାନନ୍ଦ ସରସ୍ୱତୀ ସରକାରଙ୍କୁ କଠୋର ସମାଲୋଚନା କରିଥିଲେ । ଏହି ଗୁରୁତ୍ୱପୂର୍ଣ୍ଣ ଘଟଣାର ତଦନ୍ତ କରିବାକୁ ଶଙ୍କରାଚାର୍ଯ୍ୟ ସରକାରଙ୍କୁ କହିଥିଲେ ।

Leave A Reply

Your email address will not be published.