Latest Odisha News

BREAKING NEWS

୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା: ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

 

ଭୁବନେଶ୍ୱର : କିଛି ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି ।

ଓଡ଼ିଶାର କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ନୟାଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଏହିସବୁ ଜିଲ୍ଲା ମାନଙ୍କରେ ବିଜୁଳି, ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ନିରାପଦ ସ୍ଥାନରେ ରହିବାକୁ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି ପାଣିପାଗ ବିଭାଗ କର୍ତ୍ତୃପକ୍ଷ ।

Leave A Reply

Your email address will not be published.