Latest Odisha News

BREAKING NEWS

ଚିନ୍ତା ବଢ଼ାଉଛି ସଂକ୍ରମଣ, ୨୪ ଘଣ୍ଟାରେ ୧ ଲକ୍ଷ ୪୫ ହଜାର ପଜିଟିଭ

ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିଚାଲିଛି କରୋନା ମହାମାରୀ । ରାଜ୍ୟ ପରେ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି।

ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ସର୍ବାଧିକ ୧,୪୫,୩୮୪ ଜଣ ବ୍ୟକ୍ତି ନୂଆ କରୋନା ଆକ୍ରାନ୍ତ ହୋଇଥିବା ବେଳେ ୭୯୪ ଜଣ ପ୍ରାଣ ହରାଇଛନ୍ତି ।

ଯାହାକୁ ମିଶାଇ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୩୨,୦୫,୯୨୬ ରେ ପହଞ୍ଚିଥିବା ବେଳେ ୧,୬୮,୪୩୬ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ଏପର‌୍ୟ୍ୟନ୍ତ ୧,୧୯,୯୦,୮୫୯ ଲୋକ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ସୂଚନା ପ୍ରଦାନ କରିଛି ।

Leave A Reply

Your email address will not be published.