ପୁରୀ : ଆଜି ଶ୍ରୀ ମନ୍ଦିରରେ ଶ୍ରୀଜିଉଙ୍କର ବନକଲାଗି ନୀତି । ଦ୍ବିତୀୟ ଭୋଗ ମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିରର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ବୁଧବାର ମହାପ୍ରଭୁଙ୍କ ବନକ ଲାଗି ନୀତି । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, କେଶର, କର୍ପୁର,ଶଙ୍ଖ,କସ୍ତୁରୀ ଓ କଳା ଆଦି ବ୍ୟବହାର କରାଯାଇ ପ୍ରାକୃତିକ ଉପାୟରେ ଶ୍ରୀବିଗ୍ରହଙ୍କ ଶୃଙ୍ଗାର କରାଯିବ । ବନକଲାଗି ରୀତି ’ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କ ଦ୍ବାରା କରାଯାଇଥାଏ । ଦ୍ବିପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦ୍ବାର ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନ ୫ଟାରୁ ରାତି ୯ ଟା ପର୍ଯ୍ୟନ୍ତ ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ େବାଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁର୍ନବାର ଦର୍ଶନ ଆରମ୍ଭ ହେବ ।
Comments are closed.