Latest Odisha News

BREAKING NEWS

ଭାଲୁ ଅକ୍ରମଣରେ ଜଣେ ବନ କର୍ମଚାରୀ ମୃତ, ୩ ଗୁରୁତର

ନୂଆପଡ଼ା: ଭାଲୁ ଅକ୍ରମଣରେ ଚାଲିଗଲା ବନ କର୍ମଚାରୀଙ୍କ ଜୀବନ। ଜଙ୍ଗଲରେ ପାଟ୍ରୋଲିଂ ବେଳେ ଜଣେ ବନ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଗୁରୁତର ଅଛନ୍ତି। ଏପରି ଘଟଣା ଘଟିଛି ନୂଆପଡା ଜିଲ୍ଲା କୋମନା ରେଞ୍ଜରେ। ମୃତକ ହେଲେ ଫରେଷ୍ଟ ୱାଚର ସନ୍ତୋଷ କୁମାର ଡୁଣ୍ଡି। ଜଙ୍ଗଲରେ ପାଟ୍ରୋଲିଂ ବେଳେ ୪ ଜଣ ବନ କର୍ମଚାରୀଙ୍କୁ ଆକ୍ରମଣ କରି ଗୁରୁତର କରିଥିଲା ଭାଲୁ। ୨ ଜଣଙ୍କୁ ଗ୍ରାମବାସୀ ଉଦ୍ଧାର କରିଥିଲେ, ହେଲେ ଅନ୍ୟ ୨ ଜଣଙ୍କୁ ଜଙ୍ଗଲକୁ ଟାଣିନେଇଥିଲା ଭାଲୁ।

ସୂଚନା ଅନୁସାରେ ମଙ୍ଗଳବାର ଅପରାହ୍ନରେ ୪ ବନ କର୍ମଚାରୀ ପାଟ୍ରୋଲିଂରେ ଯାଇଥିଲେ। ଭାଲୁଟି ସେମାନଙ୍କୁ ଆକ୍ରମଣ କରିଥିଲା। ପ୍ରଥମେ ଫରେଷ୍ଟର ଗୋପାଳ ମହାନନ୍ଦ ଓ ୱାଚର ସନ୍ତୋଷ କୁମାର ଡୁଣ୍ଡିଙ୍କୁ ଭାଲୁଟି ଜଙ୍ଗଲ ଭିତରକୁ ଟାଣି ନେଇଥିଲା। ସେମାନଙ୍କୁ ଉଦ୍ଧାର କରିବାକୁ ଯାଇ ଫରେଷ୍ଟ ଗାର୍ଡ଼ ଶଶଧର ସାଣୀ ଓ ସାଗର ଠେଲା ଗୁରୁତର ଆହତ ହୋଇଥିଲେ।

ଗାଁ ଲୋକଙ୍କ ସହାୟତାରେ ବନ ଓ ଅଗ୍ନିଶମ କର୍ମଚାରୀମାନେ ପ୍ରଥମେ ଗୁରୁତ ଅବସ୍ଥାରେ ଶଶଧର ଓ ସାଗରଙ୍କୁ ଉଦ୍ଧାର କରିଥିଲେ। ପରେ ଅନ୍ୟ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ। ସମସ୍ତଙ୍କୁ ନୂଆପଡ଼ା ମେଡ଼ିକାଲ୍‌ରେ ଭର୍ତ୍ତି କରିଥିଲେ। ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ସନ୍ତୋଷଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.