Latest Odisha News

BREAKING NEWS

ଶ୍ରୀନଗରରେ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ପୁୁଲବାମାଠାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ପୁଣିଥରେ ଗୁଳି ବିନିମୟ ହୋଇଛି । ଏହି ସମୟରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି ।

ମିଳିଥିବା ସୂଚନା ଅନୁଯାୟୀ ପୁଲବାମାର ବାବଗୁଣ୍ଡ ଠାରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷା କର୍ମୀମାନଙ୍କୁ କୌଣସି ସୁତ୍ରରୁ ଜଣାପଡିଥିଲା । ଏହାପରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀ ଓ ସେନା ମଧ୍ୟରେ ଗୁଳିଚାଳନା ହୋଇଥିଲା ।

ଏଥିସହିତ ଉକ୍ତ ଆତଙ୍କବାଦୀ ଜଣଙ୍କ ହିଜବୁଲ ମୁଜାଉଦିନର ସଦସ୍ୟ ଥିବା ନେଇ ସୁତ୍ରରୁ ପ୍ରକାଶ ।

ତେବେ ଏହି ଗୁଳିଚାଳନା ସମୟରେ ସୁରକ୍ଷା କର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ନେଇ ଜଣାପଡିଥିଲାବେଳେ ସର୍ଚ୍ଚ ଅପରେସନ ଜାରି ରହିଛି ।

ଅନ୍ୟପକ୍ଷରେ ଘଟଣାସ୍ଥଳରୁ ବିପୁଳ ପରିମାଣର ମାରଣାସ୍ତ୍ର ଓ ବିସ୍ଫୋଟକ ସାମଗ୍ରୀ ମିଳିଥିବା ନେଇ ସୁତ୍ରରୁ ପ୍ରକାଶ ।

Leave A Reply

Your email address will not be published.