Latest Odisha News

BREAKING NEWS

ସୋପିଆନରେ ସେନା ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ସୋପିଆନ୍ ଜିଲ୍ଲାରେ ଶୁକ୍ରବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି ।

ସୋପିଆନ୍ ଜିଲ୍ଲାର ଦାଇରୋ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା । ପରବର୍ତ୍ତୀ ସମୟରେ ଆତଙ୍କବାଦୀ ମାନଙ୍କୁ ଧରିବା ପାଇଁ ୪୪‌ ରାଷ୍ଟ୍ରୀୟ ରାଇଫଲ୍, ଏସଓଜି ସମେତ ସେଣ୍ଟ୍ରାଲ ରିଜର୍ଭ ପୋଲିସ ମାନେ ଏକ ସର୍ଚ୍ଚ ଅପରେସନ ଜାରି କରିଥିଲେ ।

ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ସୂଚନା ମିଳିଛି।

ଏହି ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀଙ୍କ ପକ୍ଷରୁ ଅତର୍କିତ ଗୁଳି ଚାଳନା ହୋଇଥିଲା ବେଳେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ନେଇ ସୂଚନା ମିଳିଛି ।

 

Leave A Reply

Your email address will not be published.