Latest Odisha News

BREAKING NEWS

ଜମ୍ମୁ-କାଶ୍ମୀର: ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ଅନନ୍ତନାଗ ଅଞ୍ଚଳରେ ଶନିବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି ।

ସୂଚନା ଅନୁଯାୟୀ କିଛି ଆତଙ୍କବାଦୀ ଅନନ୍ତନାଗ ଅଞ୍ଚଳରେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା । ପରବର୍ତ୍ତୀ ସମୟରେ ଆତଙ୍କବାଦୀ ମାନଙ୍କୁ ଧରିବା ପାଇଁ ଯବାନଙ୍କ ପକ୍ଷରୁ ଏକ ସର୍ଚ୍ଚ ଅପରେସନ ଜାରି କରିଥିଲେ ।

ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।

ଏହି ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀ ପକ୍ଷରୁ ଅତର୍କିତ ଗୁଳି ଚାଳନା ହୋଇଥିଲା ବେଳେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା ନେଇ ସୁତ୍ରରୁ ପ୍ରକାଶ ।

ସେଠାରେ ଛପି ରହିଥିବା ଆଉ କିଛି ଆତଙ୍କବାଦୀଙ୍କୁ ଧରିବା ପାଇଁ ସେନା ପକ୍ଷରୁ ସମ୍ପୃକ୍ତ ଅଞ୍ଚଳକୁ ଘେରାଉ କରି ତଲାସି ଅଭିଯାନକୁ ଜୋରଦାର କରାଯାଇଥିବା ନେଇ ଜଣାପଡିଛି ।

Leave A Reply

Your email address will not be published.