Latest Odisha News

BREAKING NEWS

ବଡଗାମରେ ସେନା ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର : ଜମ୍ମୁ-କାଶ୍ମୀର ବଡଗାମ୍ ଜିଲ୍ଲାର କରାଲପୋରା ଅଞ୍ଚଳରେ ଶୁକ୍ରବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି ।

ଏନେଇ ଏକ ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି ।

ମିଳିଥିବା ସୂଚନାନୁଯାୟୀ କିଛି ଆତଙ୍କବାଦୀ ବଡଗାମ୍ ଜିଲ୍ଲାର କରାଲପୋରା ଅଞ୍ଚଳରେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ବିଶ୍ୱସ୍ତ ସୁତ୍ରରୁ ଖବର ମିଳିଥିଲା । ଆତଙ୍କବାଦୀ ମାନଙ୍କୁ ଧରିବା ପାଇଁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏକ ତଲାସି ଅଭିଯାନ ଆରମ୍ଭ କରାଯାଇଥିଲା ।

ଏହି ସର୍ଚ୍ଚ ଅପରେସନ ବେଳେ ଲୁଚି ରହିଥିବା ଆତଙ୍କବାଦୀ ପକ୍ଷରୁ ଅତର୍କିତ ଗୁଳି ଚାଳନା କରାଯାଇଥିଲା ବେଳେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ନେଇ ସୂଚନା ମିଳିଛି । ତେବେ ସମ୍ପୃକ୍ତ ଅଞ୍ଚଳକୁ ଘେରାଉ କରି ସେନା ପକ୍ଷରୁ ତଲାସି ଅଭିଯାନକୁ ଜୋରଦାର କରାଯାଇଥିବା ନେଇ ସୂଚନା ମିଳିଛି ।

Leave A Reply

Your email address will not be published.