Latest Odisha News

BREAKING NEWS

ଜମ୍ମୁ-କାଶ୍ମୀର: ସେନା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର : ଜମ୍ମୁ-କାଶ୍ମୀର ଅନ୍ତର୍ଗତ ବାରମୂଲା ଜିଲ୍ଲାର ସୋପୋରେ ଅଞ୍ଚଳରେ ଶୁକ୍ରବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି ।

ପ୍ରାପ୍ତ ସୂଚନା ଅନୁଯାୟୀ ବାରମୂଲା ଜିଲ୍ଲାର ସୋପୋରେ ଅଞ୍ଚଳରେ କେତେକ ଆତଙ୍କବାଦୀମାନେ ଛପି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା । ସୂଚନାକୁ ଆଧାର କରି ସେନା ପକ୍ଷରୁ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଥିଲା ।

ମୃତ ଆତଙ୍କବାଦୀ ଜଣକ କେଉଁ ସଙ୍ଗଠନ ସହ ଜଡିତ, ସେନେଇ ଜଣାପଡିନଥିବା ସୁତ୍ରରୁ ପ୍ରକାଶ ।

ଏହି ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀ ପକ୍ଷରୁ ଅତର୍କିତ ଗୁଳି ଚାଳନା ହେବା ଫଳରେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ମାଡରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ନେଇ ସୂଚନା ମିଳିଛି ।

ତେବେ ସେନା ପକ୍ଷରୁ ସମ୍ପୃକ୍ତ ଅଞ୍ଚଳକୁ ଘେରାଉ କରି ତଲାସି ଅଭିଯାନକୁ ଜୋରଦାର କରାଯାଇଛି । ଏଥିସହିତ ସୁରକ୍ଷା ଦୃଷ୍ଟିରୁ ଉକ୍ତ ଅଞ୍ଚଳରେ ଇଣ୍ଟରନେଟ୍ ସେବା ମଧ୍ୟ ବନ୍ଦ କରିଦିଆଯାଇଛି ।

Leave A Reply

Your email address will not be published.