Latest Odisha News

BREAKING NEWS

୧୦ କରୋନା ଯୋଦ୍ଧାଙ୍କ ସମେତ ମାଲକାନଗିରିରେ ୭୨ ଆକ୍ରାନ୍ତ

ମାଲକାନଗିରି: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରିରୁ ୭୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୪୭ ଜଣ ମାଲକାନଗିରି ମୁନିସିପାଲିଟି, ୭ ଜଣ ବାଲିମେଳା ଏନଏସି, ୮ ଜଣ ଚିତ୍ରକୋଣ୍ଡା ବ୍ଲକରୁ, ମାଥିଲିରୁ ୫, ମାଲକାନଗିରିରୁ ୪ ଓ ଜଣେ କୁରୁକୋଣ୍ଡା ବ୍ଲକର ବୋଲି ଜଣାପଡିଛି ।

ଉଲ୍ଲେଖଯୋଗ୍ୟ, ଜିଲ୍ଲାରେ ମୋଟ୍ ୭୭୩ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୩୨୭ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୪୪୪ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୨ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.