Latest Odisha News

BREAKING NEWS

ପୁରୀରେ ଜଳିଗଲା ୧୦ ବଖରା ଘର, ବହୁ ସମ୍ପତ୍ତି ନଷ୍ଟ

ପୁରୀ: ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଣ୍ଡପଡା ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ ପାଖାପଖି ୫ଟି ପରିବାରର ଘର ଜଳି ଧୂଳିସାତ ହୋଇପଡିଛି ।

ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ କୌଣସି କାରଣବଶତଃ ଏହି ଗାଁରେ ଅଚାନକ ନିଆଁ ଲାଗିଯାଇଥିଲା । ଏହି ଅଗ୍ନିକାଣ୍ଡର କାରଣ ଜଣାପଡିନଥିବା ବେଳେ ଏଥିଯୋଗୁଁ ୫ଟି ପରିବାରର ପାଖାପାଖି ୧୦ ବଖରା ଘର ପୋଡି ସମ୍ପୂର୍ଣ୍ଣ ପାଉଁଶ ହୋଇଯାଇଥିଲା । ଏହାବ୍ୟତିତ କିଛି ଗାଈଗୋରୁ ମଧ୍ୟ ଅଗ୍ନିକାଣ୍ଡରେ କ୍ଷତାକ୍ତ ହୋଇଥିବା ନେଇ ସୁତ୍ରରୁ ପ୍ରକାଶ ।

ଅନ୍ୟପକ୍ଷରେ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଏହି ଅଘଟଣରେ ଘରର ସମସ୍ତ ଆସବାବପତ୍ର ଜଳି ନଷ୍ଟ ହେବାସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଥିବା ନେଇ ସୁତ୍ରରୁ ପ୍ରକାଶ ।

ତେବେ ଏଯାବତ୍ ନିଆଁ ଲାଗିବାର ସଠିକ୍ କାରଣ ଜଣାପଡିନଥିବା ନେଇ ସୂଚନା ମିଳିଛି ।

Leave A Reply

Your email address will not be published.