Latest Odisha News

BREAKING NEWS

ଚତୁର୍ଥ ପର୍ଯ୍ୟାୟରେ ହିଞ୍ଜିଳିର ଆଉ ୧୦ଟି ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଚତୁର୍ଥ ପର୍ଯ୍ୟାୟରେ ଗଞ୍ଜାମ ଜିଲ୍ଲାର ହିଞ୍ଜିଳିରେ ଆଉ ୧୦ଟି ରୂପାନ୍ତରିତ ସ୍କୁଲର ଲୋକାର୍ପିତ ହୋଇଛି । ଭିଡିଓ କନଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ଏହି ୧୦ ରୂପାନ୍ତରିତ ସ୍କୁଲର ଲୋକାର୍ପଣ କରିଛନ୍ତି । ଯେଉଁଥିରେ ଛାତ୍ର ଛାତ୍ରୀମାନେ ଅନଲାଇନରେ ପାଠ ପଢିବାର ସୁଯୋଗ ପାଇବେ ।

ସୂଚନାଯୋଗ୍ୟ ଯେ ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଥିଲା । 5Tଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି । ପାଞ୍ଚଟି ପର୍ଯ୍ୟାୟରେ ୫୦ଟି ସ୍କୁଲର ଲୋକାର୍ପଣ କରାଯିବ । ଆଜି ସୁଦ୍ଧା ୪୦ଟି ସ୍କୁଲ ଲୋକାର୍ପିତ ହୋଇଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ହିଞ୍ଜିଳିର ଏ ସ୍କୁଲ ରୂପାନ୍ତର ପିଲାମାନଙ୍କ ମଧ୍ୟରେ ଖୁସି ଓ ଉତ୍ସାହ ଭରି ଦେଇଛି । ଏହା ସେମାନଙ୍କ ଉଜ୍ଜଳ ଭବିଷ୍ୟତକୁ ସାକାର କରିବ ଓ ସେମାନଙ୍କୁ ଜୀବନର ସବୁ କ୍ଷେତ୍ରରେ ଶ୍ରେଷ୍ଠ କରି ଗଢ଼ି ତୋଳିବା ପାଇଁ ସୁଯୋଗ ସୃଷ୍ଟି କରିବ । ବର୍ତ୍ତମାନ ଯୁଗର ଆବଶ୍ୟକତାକୁ ଆଖି ଆଗରେ ରଖି ପିଲାଙ୍କୁ ସବୁଠାରୁ ଭଲ ସୁବିଧା ଦେବା ପାଇଁ ଚେଷ୍ଟା କରିଛୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ହିଞ୍ଜିଳିରୁ ଆରମ୍ଭ ହୋଇଥିବା ଏହି ପରିବର୍ତ୍ତନ, ଓଡ଼ିଶାର ଭବିଷ୍ୟତକୁ ଉଜ୍ଜଳ କରିବ ଏବଂ ଓଡିଶାର ପିଲାମାନଙ୍କୁ ଦେଶର ଶ୍ରେଷ୍ଠ ନାଗରିକ କରି ଗଢ଼ି ତୋଳିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଥିଲେ ।

Leave A Reply

Your email address will not be published.