Latest Odisha News

BREAKING NEWS

ନାସା ଯିବେ ଓଡ଼ିଶାର ୧୦ ଜଣ ଛାତ୍ରଛାତ୍ରୀ

କଟକ : ରାଜ୍ୟ ପାଇଁ ଗୌରବ ଆଣିଲେ ୧୦ ଜଣ ଛାତ୍ରଛାତ୍ରୀ । ନାସା ଯିବେ ଓଡ଼ିଶାର ବଛାବଛା ୧୦ ଜଣ ଛାତ୍ରଛାତ୍ରୀ । ନିଜ ହାତ ତିଆରି ରୋବର୍ଟକୁ ଉପସ୍ଥାପନା କରିବା ସହିତ ନାସାରେ ଦେଖାଇବେ କମାଲ । ସାରା ବିଶ୍ବରେ ୮୭ଟି ଟିମ ଭାଗ ନେଉଥିବା ବେଳେ ପ୍ରଥମ କରି ଓଡ଼ିଶାରୁ ଏଭଳି ଏକ ଟିମ ନାସା ଯାଉଛନ୍ତି ।

ନାସା ହ୍ୟୁମାନ ଏକ୍ସପ୍ଲୋରେସନ ରୋଭର ଚ୍ୟାଲେଞ୍ଜରେ ଭାଗ ନେଉଥିବାରୁ ସମସ୍ତଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ସାଇକେଲ, ବାଇକ୍, ଅଟୋ ଓ କାରର ବିଭିନ୍ନ ଯନ୍ତ୍ରପାତିକୁ ନେଇ ୧୯ ବର୍ଷରୁ କମ ଟିମର ଛାତ୍ରଛାତ୍ରୀ ପ୍ରସ୍ତୁତ କରିଛନ୍ତି ରୋବର୍ଟ । ଏହି ଟିମର ନିର୍ଦ୍ଦେଶକ ରହିଛନ୍ତି କଟକ ୪୨ ମୌଜାର ଯୁବ ବୈଜ୍ଞାନିକ ଅନୀଲ ପ୍ରଧାନ ।

Leave A Reply

Your email address will not be published.