ବ୍ରହ୍ମପୁର: ଦକ୍ଷିଣାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ଜଣେ ଯୁବକଙ୍କ ନିକଟରୁ ୧୦୦ ଗ୍ରାମ ବ୍ରାଉନ ସୁଗର ଜବତ କରାଯାଇଛି। ଏହି ଯୁବକ ଜଣଙ୍କ ଏକ ବାଇକରେ ବ୍ରାଉନ ସୁଗର ଧରି ବିକ୍ରି କରିବାକୁ ନେଉଥିବା ବେଳେ ଜାତୀୟ ରାଜପଥ-୧୬ ଡୁରା ନିକଟରେ ତାଙ୍କୁ କାବୁ କରାଯାଇଥିଲା। ତାଙ୍କ ନିକଟରୁ ବ୍ରାଉନ ସୁଗର ସହ ନଗଦ ୪୫ ହଜାର ଟଙ୍କା ଓ ଗୋଟିଏ ବାଇକ ଜବତ କରାଯାଇଛି । ଗିରଫ ଯୁବକ ଜଣଙ୍କ ହେଲେ ବ୍ରହ୍ମପୁର ଖାଜା ସାହିର ଏସକେ. ସମୀର(୨୧)। ଶୁକ୍ରବାର ପୂର୍ବାହ୍ନ ୧୦ଟା ବେଳେ ଜଣେ ଯୁବକ ବ୍ରାଉନ ସୁଗର ଧରି ବ୍ରହ୍ମପୁରରୁ ଗୋପାଳପୁର ଆଡକୁ ଯାଉଥିବା ଖବର ମିଳିବା ପରେ ଗୁଇନ୍ଦା ବିଭାଗ ଇନ୍ସପେକ୍ଟର ହୃଦୟଚନ୍ଦ୍ର ସାମନ୍ତ ଓ ଗିତାଞ୍ଜଳୀ ସାହୁ ଅନ୍ୟ କର୍ମଚାରୀଙ୍କୁ ନେଇ ସମୀରର ପିଛା କରିଥିଲେ। ସମୀର ଜାତୀୟ ରାଜପଥ ଦେଇ ଡୁରା ଆଡେ ଯାଉଥିବା ବେଳେ ବିଭାଗୀୟ ଅଧିକାରୀମାନେ ତାଙ୍କୁ କାବୁ କରିଥିଲେ। ଯାଞ୍ଚ ବେଳେ ତାଙ୍କ ନିକଟରୁ ୧୦୦ ଗ୍ରାମ ବ୍ରାଉନ ସୁଗର ସହ ସେ ପୂର୍ବରୁ ୪୫ ହଜାର ଟଙ୍କା ଜବତ କରିଥିଲେ । ଅଭିଯୁକ୍ତ ସମୀର ଏହି ବ୍ରାଉନ ସୁଗର ବାଲେଶ୍ବରର ଜଳେଶ୍ବରରୁ ଆଣିଥିଲା ବୋଲି ଜେରା ବେଳେ ବିଭାଗୀୟ ଅଧିକାରୀଙ୍କୁ ସୂଚନା ଦେଇଥିଲା। ଜବତ ବ୍ରାଉନ ସୁଗାରର ମୂଲ୍ୟ ୧୦ ଲକ୍ଷ ଟଙ୍କା ହେବ ବୋଲି ବିଭାଗର ଡେପୁଟି କମିଶନର ଅଶୋକ ଶତପଥି କହିଛନ୍ତି।
BREAKING NEWS
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…
- ପ୍ରାଚୀନ ମିଶରରେ ବିରାଡ଼ିଙ୍କୁ ମାରିଲେ ମିଳୁଥିଲା ମୃତ୍ୟୁଦଣ୍ଡ — ଜାଣନ୍ତୁ କାହିଁକି ରହିଥିଲା ଏଭଳି କଡ଼ା କାନୁନ୍?
- ବାଲିଯାତ୍ରା ପଡ଼ିଆ ନିକଟରୁ ନାବାଳକ ମୃତଦେହ ଉଦ୍ଧାର, ହତ୍ୟା ଷଡ଼ଯନ୍ତ୍ର…
- ଭାରତ ସିରିଜ୍ରୁ ୨୮୫ କୋଟି ଟଙ୍କା ରୋଜଗାର, କିନ୍ତୁ ୱେଷ୍ଟଇଣ୍ଡିଜ୍ ପାଇବ ଶୂନ

Comments are closed.