Latest Odisha News

ପ୍ଲାଜମା ଥେରାପିରୁ ସୁସ୍ଥ ହେଲେ ୧୦୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗକୁ ଆଜି ଆଉ ଏକ ବଡ଼ ସଫଳତା ମିଳିଛି। ପ୍ଲାଜମା ଥେରାପି ମାଧ୍ୟମରେ ଚିକିତ୍ସିତ ହେଉଥିବା ୧୦୪ ଆକ୍ରାନ୍ତ ଆଜି ସୁସ୍ଥ ହୋଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପ୍ଲାଜମା ଦାନ କରିଥିବା ବ୍ୟକ୍ତିମାନଙ୍କୁ ଶୁଭେଚ୍ଛା ଜଣାଇଛି। ଏଥି ସହିତ ରାଜ୍ୟରେ ଆଜି ୨୫୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ ମୋଟ ସୁସ୍ଥଙ୍କ ସଂଖ୍ୟା ୭୩ ହଜାର ୨୩୩ରେ ପହଂଚିଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୧୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ଏଯାଏଁ ୧ ଲକ୍ଷ ୯୩୪ଟି ନମୁନା ରିପୋର୍ଟ ପଜିଟିଭ ଆସିଛି। ମୋଟ ୭୦ ହଜାର ୭୧୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୪୮୨ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ଏବେ ୨୭ ହଜାର ୧୬୬ ଜଣ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।

Leave A Reply

Your email address will not be published.