Latest Odisha News

ଓଡ଼ିଶାରୁ ଦିନକରେ ୧୦୬ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୦୬ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୨ ହଜାର ୯୪୮ରେ ପହଞ୍ଚିଛି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆଜି ମୋଟ୍ ସୁସ୍ଥତାଙ୍କ ମଧ୍ୟରେ ସମ୍ବଲପୁରରୁ ୧୮ ଜଣ ଆରୋଗ୍ୟ ଲାଭ କରିଛନ୍ତି।

 

ଉଲ୍ଲେଖଯୋଗ୍ୟ, ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୬୨୦କୁ ବୃଦ୍ଧି ପାଇଛି । ଏଯାବତ ରାଜ୍ୟରେ ୧୯୦୯ ଜଣଙ୍କର ମୃତ୍ୟୁ ଘଟିଛି।

Comments are closed.