ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୦୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।
ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୬୦ ଜଣ ହୋମ୍ କ୍ୱାରେଣ୍ଟାଇନ୍ ଏବଂ ୪୯ଟି ସ୍ଥାନୀୟ ମାମଲା ରହିଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୧୩୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୪୧୭୧ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୧୩୩୯ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୮୦୭ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୨୨ ଜଣଙ୍କର ମୃତ୍ୟୁ ଘଟିଛି ।
ଅଧିକ ପଢନ୍ତୁ- ଭୁବନେଶ୍ୱରରେ ୪ ହଜାର ଟପିଲା କରୋନା ସଂକ୍ରମଣ; ପୁଣି ୧୩୩ ଆକ୍ରାନ୍ତ