Latest Odisha News

BREAKING NEWS

ପୁରୀରେ ଜଳିଗଲା ୧୧ଟି ପରିବାରର ଘର, ଲକ୍ଷାଧିକ ସମ୍ପତ୍ତି ନଷ୍ଟ

ପୁରୀ: ପୁରୀ ଜିଲ୍ଲାର ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ମାଛପଡା ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ ପାଖାପଖି ୧୧ଟି ପରିବାରର ଘର ଜଳି ଧୂଳିସାତ ହୋଇପଡିଛି ।

ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ କୌଣସି କାରଣବଶତଃ ଏହି ଗାଁରେ ଅଚାନକ ନିଆଁ ଲାଗିଯାଇଥିଲା । ଏହି ଅଗ୍ନିକାଣ୍ଡର କାରଣ ଜଣାପଡିନଥିବା ବେଳେ ଏଥିଯୋଗୁଁ ୧୧ଟି ପରିବାରର ପାଖାପାଖି ୨୧ ବଖରା ଘର ପୋଡି ସମ୍ପୂର୍ଣ୍ଣ ପାଉଁଶ ହୋଇଯାଇଥିଲା ।

ଅନ୍ୟପକ୍ଷରେ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଏହି ଅଘଟଣରେ ଘରର ସମସ୍ତ ଆସବାବପତ୍ର ଜଳି ନଷ୍ଟ ହେବାସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଥିବା ନେଇ ସୁତ୍ରରୁ ପ୍ରକାଶ ।

ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କେହି ବ୍ୟକ୍ତି ଘର ଗୁଡିକରେ ନିଆଁ ଲଗାଇ ଦେଇଥିବା ନେଇ ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି । ପରେ ଏହି ଘଟଣାରେ ସମ୍ପୃକ୍ତି ନେଇ ପୋଲିସ ଜଣକୁ ଅଟକ ରଖି ପଚରାଉଚରା ଜାରି ରଖିଛି ।

Leave A Reply

Your email address will not be published.