ଭୁବନେଶ୍ୱର: ରାଜ୍ୟରେ ବଢ଼ି ଚାଲିଛି କରୋନା ମୃତ୍ୟୁ ସଂଖ୍ୟା । ଆଜି ପୁଣି ୧୧ ମୁଣ୍ଡ ନେଇଛିି କିଲର ଭାଇରସ । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୨୧ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି ।
ଆଜି ବାଲେଶ୍ୱର, ବଲାଙ୍ଗିର, ଗଂଜାମ ଓ ମାଲକାନଗିରିରୁ ୨ ଜଣ ଲେଖାଏଁ କରୋନାରେ ମୃତ୍ୟୁ ହୋଇଛି । ସେହିପରି ଭଦ୍ରକ, ଖୋର୍ଦ୍ଧା ଓ ପୁରୀରେ ଜଣେ ଲେଖାଏଁ କରୋନାରେ ପ୍ରାଣ ହରାଇଛନ୍ତି ।
Comments are closed.