Latest Odisha News

BREAKING NEWS

ଓଡ଼ିଶାରୁ ୧୧୩ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୧୩ ନୂଆ ଆକ୍ରାନ୍ତ ।

ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୬୭ ସଂକ୍ରମିତ । ଲୋକାଲ୍ କଣ୍ଟାକ୍ଟ କେସ୍ ୪୬ଟି ରହିଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

୧୯ ଜିଲ୍ଲା ଓ ଷ୍ଟେଟପୁଲରୁ ଏହି ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୮ ଆକ୍ରାନ୍ତ ବାହାରିଛନ୍ତି।

ଉଲ୍ଲେଖଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୩ ଲକ୍ଷ ୩୪ ହଜାର ୭୮୦କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୧ ହଜାର ୫୩୫ ଆକ୍ରାନ୍ତ । ଏବେ ରାଜ୍ୟରେ ମୋଟ ୧ ହଜାର ୨୮୬ କରୋନା ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.