Latest Odisha News

ଦିନକରେ ଦେଶରୁ ୧୧ ହଜାର କରୋନା ପଜିଟିଭ୍ ଚିହ୍ନଟ, ୧୪ ହଜାର ସୁସ୍ଥ

ନୂଆଦିଲ୍ଲୀ: ଦେଶରେ ଧିରେଧିରେ ଦୈନିକ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ସାରା ଦେଶରେ ୧୧ ହଜାର ୬୬୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିପରି କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି ୧୪ ହଜାର ୩୦୧ ସଂକ୍ରମିତ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି।

ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୦୭ ଲକ୍ଷ ୦୧ ହଜାର ୧୯୩କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ମୋଟ ସୁସ୍ଥ ହୋଇଛନ୍ତି ୧ କୋଟି ୦୩ ଲକ୍ଷ ୭୩ ହଜାର ୬୦୬ ଆକ୍ରାନ୍ତ । ଏବେ ଦେଶରେ ୧ ଲକ୍ଷ ୭୩ ହଜାର ୭୪୦ ଟି କରୋନା ଆକ୍ଟିଭ୍ କେସ୍ ରହିଛି ।

ତେବେ ଗତ ୨୪ ଘଣ୍ଟାରେ ସାରା ଦେଶରୁ ଆଉ ୧୨୩ ଜଣ ଆକ୍ରାନ୍ତଙ୍କ ଜୀବନ ଯାଇଥିଲା ବେଳେ କରୋନା ଜନିତ ମୋଟ୍ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୮୪୭କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.