Latest Odisha News

ଭୁବନେଶ୍ୱରରେ ୨୪ ଘଣ୍ଟାରେ ୧୧୮ ଆକ୍ରାନ୍ତ, ୯୦ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୧୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।

ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୭୧ ଜଣ ହୋମ୍ କ୍ୱାରେଣ୍ଟାଇନ୍ ଏବଂ ୪୭ଟି ସ୍ଥାନୀୟ ମାମଲା ରହିଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୩୪୭୨ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୧୩୦୧ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୧୫୧ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୮ ଜଣଙ୍କର ମୃତ୍ୟୁ ଘଟିଛି ।

Comments are closed.