ବ୍ରହ୍ମପୁର: ଗତ କିଛି ଦିନ ହେଲା ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ପରିସରରେ ବୁଲା କୁକୁରର ଦୌରାତ୍ମ ଦେଖିବାକୁ ମିଳିଥିଲା। ତେବେ ଏହାକୁ ରୋକିବା ପାଇଁ ବିଶ୍ବବିଦ୍ୟାଳୟର କେତକ କର୍ମଚାରୀଙ୍କ ଅମାନବୀୟ କାଣ୍ଡକୁ ଏବେ ସବୁ ମହଲରୁ ନିନ୍ଦା କରାଯାଉଛି।
ଘଟଣା ହେଲା, ମଙ୍ଗଳବାର ବାଳିକା ହଷ୍ଟେଲ ପରିସରରେ ୧୨ଟି ବୁଲା କୁକୁରକୁ କେତେକ କର୍ମଚାରୀ ବାନ୍ଧି ଦେଇଥିଲେ । କୁକୁରଗୁଡ଼ିକର ଗୋଡ ଏବଂ ମୁହଁକୁ ରଶିରେ ବାନ୍ଧି ଦେଇ ଏକ କୋଠରୀରେ ବନ୍ଦ କରିଦେଇଥିଲେ । ବୁଧୁବାର କୁକୁରଗୁଡ଼ିକର ଖାଦ୍ୟରେ ବିଷ ଦେଇ ମାରିବାକୁ ଯୋଜନା ରହିଥିବା ସୂଚନା ମିଳିଥିଲା । ଏହି ଘଟଣା ନେଇ ହଷ୍ଟେଲରେ ରହୁଥିବା କିଛି ଛାତ୍ରୀ ବ୍ରହ୍ମପୁର ଜୀବ ସୁରକ୍ଷା ସଂଘର ସଭାନେତ୍ରୀ ରୋନାଲି ପାଣିଗ୍ରାହୀଙ୍କୁ ଫୋନ ଯୋଗେ ସୂଚନା ଦେଇଥିଲେ। ଅପରାହ୍ନ ପ୍ରାୟ ୪ଟା ବେଳେ ରୋନାଲିଙ୍କ ସମେତ ବଳରାମ ମହାନ୍ତି, ବିଷ୍ଣୁପ୍ରିୟା ପାତ୍ର ପ୍ରମୁଖ ଭଞ୍ଜବିହାର ଫାଣ୍ଡିରେ ପହଞ୍ଚି ପୋଲିସକୁ ସୂଚନା ଦେଇଥିଲେ । ସାଥୀରେ ପୋଲିସକୁ ନେଇ ଛାତ୍ରୀ ନିବାସକୁ ଯାଇଥିଲେ । ସେଠାରେ ବନ୍ଧା ହୋଇଥିବା କୁକୁରକୁ ଉଦ୍ଧାର କରାଯାଇଛି। ଏହାକୁ କିନ୍ତୁ ହଷ୍ଟେଲ ୱାର୍ଡେନ ପ୍ରଫେସର ସୁଶାନ୍ତ ବରାଳ ଏବଂ କେତେକ ଛାତ୍ରଛାତ୍ରୀ ବିରୋଧ କରିଥିଲେ । ଫଳରେ ଘଟଣା ସ୍ଥଳରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଥିଲା। ତଥାପି କୁକୁରକୁ ଉଦ୍ଧାର କରାଯାଇ ଛାଡ଼ି ଦିଆଯାଇଛି। ସଂଘର ସଭାନେତ୍ରୀ ପାଣିଗ୍ରାହୀଙ୍କ କହିବାନୁଯାୟୀ, ୧୨ଟି ବନ୍ଧା କୁକୁରଙ୍କୁ ଉଦ୍ଧାର କରି ଛଡ଼ାଯାଇଛି। ବୁଧବାର ବ୍ରହ୍ମପୁର ଏସପିଙ୍କ ସହ ଯୋଗାଯୋଗ କରି ଲିଖିତ ଅଭିଯୋଗ କରିବେ ବୋଲି ସୂଚନା ଦେଇଛନ୍ତି। ଏ ନେଇ ହଷ୍ଟେଲ ୱାଡେନ ପ୍ରଫେସର୍ ବରାଳ କହିଥିଲେ ଯେ, ଛାତ୍ରୀମାନେ କୁକୁର କାମୁଡିବା ଭୟ ନେଇ ଅଭିଯୋଗ କରିଥିଲେ। ବ୍ରହ୍ମପୁର ମହାନଗର ନିଗମ ଏବଂ ବିଶ୍ବବିଦ୍ୟାଳୟ କର୍ମଚାରୀମାନେ କୁକୁରକୁ ଅନ୍ୟତ୍ର ନେବାକୁ ବାନ୍ଧିଥିଲେ ବୋଲି କହିଛନ୍ତି।
BREAKING NEWS
- Odisha Day:ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ;ପୁରୀରେ ହେବ କ୍ରୁଜ୍ ଟର୍ମିନାଲ୍ ପ୍ରତିଷ୍ଠା …
- CCS meeting: ପ୍ରଧାନମନ୍ତ୍ରୀ ମୋଦୀ ପୁଣି ଥରେ ଡାକିଲେ CCS ବୈଠକ; ଆଜି ସନ୍ଧ୍ୟା…
- ଫିଫା ବିଶ୍ୱକପ: କ୍ରମାଗତ ତୃତୀୟ ଥର ପାଇଁ ଯୋଗ୍ୟତା ହାସଲ କରିପାରିଲା ନାହିଁ ଇଟାଲୀ, ଚୂଡାନ୍ତ ହେଲା ୪୮ ଟିମ
- Paddy Procurement: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର
- ସାମ୍ଭାଜୀ ମହାରାଜାଙ୍କ ପୁଅ ଭୂମିକା କରିବେ ଭିକ୍କି କୌଶଲ
- Main Actor Nahi Hoon Release: ଚାରୋଟି ଫିଲ୍ମ ଫେଷ୍ଟିଭାଲରେ ଛାଇଲା ନୱାଜୁଦ୍ଦିନ ସିଦ୍ଦିକୀଙ୍କ ଏହି ଫିଲ୍ମ…ଏବେ ଭାରତରେ ହେବ ରିଲିଜ୍…
- District Planning Committees: ୩୦ ଜିଲ୍ଲା ପାଇଁ ଯୋଜନା କମିଟି ଗଠନ;୪ ମନ୍ତ୍ରୀ ଓ ୨୬ ବିଧାୟକଙ୍କୁ ଦାୟିତ୍ବ
- କାହିଁକି ବୃଦ୍ଧି ପାଉଛି ରାଣୀ ମହୁମାଛି ଚୋରା ଚାଲାଣ? ଜାଣନ୍ତୁ କେତେ ରହିଛି ଏହାର ବଜାର ମୂଲ୍ୟ
- Isreal After Trump says leave War: ଯୁଦ୍ଧରେ ଆମେରିକାଠୁ ଅଲଗା ହେଲା କି ଇସ୍ରାଏଲ? ଟ୍ରମ୍ପଙ୍କ ବୟାନ ପରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା…
- PM Modi Assam Visits: ଚା ବଗିଚାରେ ହଠାତ୍ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ, ମହିଳାଙ୍କ ସହ ଛିଣ୍ଡାଇଲେ ଚା ପତ୍ର…
Comments are closed.