Latest Odisha News

BREAKING NEWS

ରାଜ୍ୟରେ ୧୨୧୯ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରେ ୧୦୦ ତଳକୁ ଖସିଲା ସଂଖ୍ୟା

ଭୁବନେଶ୍ୱର: ଧୀରେ ଧୀରେ ରାଜ୍ୟରେ କମୁଛି କରୋନାର ପ୍ରକୋପ । ଖସୁଛି କରୋନା ମିଟର । ପ୍ରତିଦିନ ୨ ହଜାର ତଳକୁ ନୂଆ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଂଟାରେ ରାଜ୍ୟରେ ଆଉ ୧୨୧୯ ନୂଆ ମାମଲା ସାମ୍ନାକୁ ଆସିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୦୮ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୧୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୨୭୯୩ରେ ପହଞ୍ଚିଛି ।

ତେବେ ସୁନ୍ଦରଗଡରୁ ଆଜି ସର୍ବାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲ୍ଲାରୁ ଗତ ୨୪ ଘଂଟାରେ ୧୦୭ଟି ନୂଆ ମାମଲା ସାମ୍ନାକୁ ଆସିଛି । ସେହିପରି ତା’ପଛକୁ ରହିଛି କଟକ । କଟକ ଜିଲ୍ଲାରୁ ୧୦୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୯୨ ଜଣ କରୋନା ରୋଗୀ ବାହାରିଛନ୍ତି । ପ୍ରତିଦିନ ଶୀର୍ଷରେ ରହୁଥିବା ଖୋର୍ଦ୍ଧା ଜିଲ୍ଲା ଆଜି ତୃତୀୟ ସ୍ଥାନକୁ ଖସି ଆସିଛି । ଜିଲ୍ଲାରୁ ଆଜି ଶହେ ତଳକୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି ଅନୁଗୁଳ ଜିଲ୍ଲାରୁ ୭୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୭ଜଣ, ବରଗଡ଼ ଜିଲ୍ଲାରୁ ୩୯ଜଣ, ଭଦ୍ରକ ଜିଲ୍ଲାରୁ ୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୬ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୦ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୧୫ଜଣ, ଜଗତସିଂହପୁର ଜିଲ୍ଲାରୁ ୫୩ଜଣ, ଯାଜପୁର ଜିଲ୍ଲାରୁ ୩୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୬ଜଣ, କଳାହାଣ୍ଡି ଜିଲ୍ଲାରୁ ୩୮ଜଣ, କନ୍ଧମାଳ ଜିଲ୍ଲାରୁ ୧୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୦ଜଣ, କେନ୍ଦୁଝର ଜିଲ୍ଲାରୁ ୪୦ଜଣ, କୋରାପୁଟ ଜିଲ୍ଲାରୁ ୨୮ଜଣ, ମାଲକାନଗିରି ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୨୩ଜଣ, ନୂଆପଡ଼ା ଜିଲ୍ଲାରୁ ୩୧ଜଣ, ପୁରୀ ଜିଲ୍ଲାରୁ ୩୪ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୩୨ଜଣ, ସୋନପୁର ଜିଲ୍ଲାରୁ ୨୦ଜଣ, ଷ୍ଟେଟ ପୁଲରୁ ୧୯ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୨୭୯୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୧୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୮୧୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.