ଭୁବନେଶ୍ୱରରୁ ୧୨୨ କରୋନା ଆକ୍ରାନ୍ତ ଚିହ୍ନଟ; ସେଥିରୁ ୭୯ ଲୋକାଲ୍ କେସ୍‌

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୨୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୪୩ ଜଣ କ୍ୱାରେଣ୍ଟାଇନ୍ ଏବଂ ୭୯ଟି ସ୍ଥାନୀୟ ମାମଲା ରହିଛି ।

ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୨୫୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୨୮ ହଜାର ୬୦୩ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୨୨୮୧ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୬ ହଜାର ୧୪୯ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୫୨ ଜଣଙ୍କର ମୃତ୍ୟୁ ଘଟିଛି।