Latest Odisha News

ଭୁୁବନେଶ୍ୱରରେ ୨୪ ଘଂଟାରେ ସେଞ୍ଚୁରି ପାର୍ କଲା କରୋନା କେସ୍

ଭୁବନେଶ୍ୱର: ଆଜି ଗୋଟିଏ ଦିନରେ ଭୁବନେଶ୍ୱରରେ ସେଂଚୁରି ପାର୍ କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଂଟାରେ ସର୍ବାଧିକ ୧୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଂଟାଇନ୍ ସେଂଟରୁ ୯୩ ଜଣ ଥିବାବେଳେ ୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଆଉ ୮୧ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ବିଏମ୍‌ସି ଟ୍ୱିଟ୍ କରି ସୂଚନା ଦେଇଛି ।

ଚିହ୍ନଟ ସ୍ଥାନୀୟ ସଂକ୍ରମିତଙ୍କ ମଧ୍ୟରେ ମଂଚେଶ୍ୱର ଅଂଚଳର ଜଣେ ସୁପର ସ୍ପ୍ରେଡର ରହିଛନ୍ତି । ସୂଚନାଯୋଗ୍ୟ, ଭୁବନେଶ୍ୱରରେ ଏବେସୁଦ୍ଧା ୧୪୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୦୫ଜଣ ସୁସ୍ଥ ହୋଇଛନ୍ତି । ୧୧ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୫୧ଟି ସକ୍ରିୟ କେସ୍ ରହିଛି ।

Leave A Reply

Your email address will not be published.