ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୨୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ପ୍ରାପ୍ତ ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୮୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟର ଏବଂ ୪୩ଟି ସ୍ଥାନୀୟ ମାମଲା ରହିଛି । ସେଥିମଧ୍ୟରେ କରୋନା ଯୋଦ୍ଧା ରହିଥିବା ବେଳେ ଆଉ କିଛି କରୋନା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି ।
ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୯୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୨୭୩୫ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୧୨୮୫ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୪୩୩ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୫ ଜଣଙ୍କର ମୃତ୍ୟୁ ଘଟିଛି ।
Comments are closed.