Latest Odisha News

ଆଜି ଅପରାହ୍ନରେ ପ୍ରକାଶ ପାଇବ ଦ୍ବାଦଶ ପରୀକ୍ଷା ଫଳ

ମୁବନେଶ୍ବର: ଆଜି ଅପରାହ୍ନରେ ପ୍ରକାଶ ପାଇବ ଦ୍ବାଦଶ ପରୀକ୍ଷା ଫଳ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦ୍ବାଦଶ ପରୀକ୍ଷା ଫଳ ଆଜି ଅପରାହ୍ନ ୩ ଟାରେ ପ୍ରକାଶ ପାଇବ । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ଆସିବ ।

ଛାତ୍ରଛାତ୍ରୀମାନେ www.orissaresults.nic.inରେ ରେଜଲ୍ଟ ଦେଖିପାରିବେ । ଗତ ଫେବୃଆାରୀ ୧୬ରୁ ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ଯୁକ୍ତ ୨ ପରୀକ୍ଷା ହୋଇଥିଲା । ଚଳିତ ବର୍ଷ ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

ସେଥିମଧ୍ୟରୁ କଳାରେ ୨ ଲକ୍ଷ ୩୭ ହଜାର ୭୫୦, ବିଜ୍ଞାନରେ ୧ଲକ୍ଷ ୧୬ ହଜାର ୬୨୦, ବାଣିଜ୍ଯ ରେ ୨୬ ହଜାର ୮୯ ଜଣ ଓ ଧନ୍ଦାମୂଳକରେ ୫ ହଜାର ୭୯୧ ଜଣ ପରୀକ୍ଷାର୍ଥୀ ଦେଇଥିବା ସୁଚନା ରହିଛି ।

Leave A Reply

Your email address will not be published.